30 ଅକ୍ଟୋବର ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

ବୃଷ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ମିଥୁନି

ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।

କର୍କଟ

ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।

ସିଂହ

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି ।

କନ୍ୟା

ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।

ତୁଳା

ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।

ବିଛା

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।

ଧନୁ

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।

ମକର

ବହୁତ ଗୁଡିଏ ସ୍ଥାନକୁ ଯାତ୍ରାକରିବାର ସୁଯୋଗ ଆସିପାରେ ଏବଂ ଏହା ମଧ୍ୟରୁ ଗୋଟିଏ ଆପଣ ବାଛିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଏବଂ ଆପଣଙ୍କ ସହ ଯାତ୍ରା ନିଷ୍ପତ୍ତି ବାହାରେ କିଛି ଯୋଜନା କରିପାରନ୍ତି ।

କୁମ୍ଭ

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।

ମୀନ

ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।

Leave a Reply

Your email address will not be published. Required fields are marked *